Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ଵରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 “ତୁମ୍ଭେ ହାରୋଣଙ୍କୁ କୁହ, ତୁମ୍ଭର ବଂଶଧରମାନଙ୍କ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ପରମେଶ୍ୱରଙ୍କର ବିଶିଷ୍ଟ ରୋଟୀ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 21:17
12 Referans Kwoze  

ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ।


ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।


ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।


ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।


ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite