Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”

Gade chapit la Kopi

ପବିତ୍ର ବାଇବଲ

16 ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”

Gade chapit la Kopi




ଲେବୀୟ ପୁସ୍ତକ 22:16
15 Referans Kwoze  

ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।


ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।


ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।


ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?


ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।


“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।


ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”


ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”


Swiv nou:

Piblisite


Piblisite