Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ

10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବୁ ତୁମ୍ଭେମାନେ ସେ ଦେଶରେ ପ୍ରବେଶ କରିବ। ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ପ୍ରଥମ କଟା ଶସ୍ୟରୁ ଏକ ବିଡ଼ା ଯାଜକ ନିକଟକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 23:10
22 Referans Kwoze  

ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।


“ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।


ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,


“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।


ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।


Swiv nou:

Piblisite


Piblisite