Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ଵନି ଦ୍ଵାରା ସ୍ମରଣାର୍ଥକ ପବିତ୍ର ସଭା ହେବ।

Gade chapit la Kopi

ଓଡିଆ ବାଇବେଲ

24 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।

Gade chapit la Kopi

ପବିତ୍ର ବାଇବଲ

24 “ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।

Gade chapit la Kopi




ଲେବୀୟ ପୁସ୍ତକ 23:24
14 Referans Kwoze  

କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।


କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;


ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।


ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।


ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।


ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।


ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।


Swiv nou:

Piblisite


Piblisite