Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକି ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

30 ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।

Gade chapit la Kopi

ପବିତ୍ର ବାଇବଲ

30 ଯଦି କୌଣସି ପ୍ରାଣୀ ସେହି ଦିନ କୌଣସି କର୍ମ କରେ ତେବେ ଆମ୍ଭେ ତାହା ଲୋକମାନଙ୍କ ମଧ୍ୟରେ ତାକୁ ବିନାଶ କରିବୁ।

Gade chapit la Kopi




ଲେବୀୟ ପୁସ୍ତକ 23:30
9 Referans Kwoze  

ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।


ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।


ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।


ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।


ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।


Swiv nou:

Piblisite


Piblisite