Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ ଓ ଖର୍ଜ୍ଜୁର-ବାହୁଙ୍ଗା ଓ ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇସୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।

Gade chapit la Kopi

ଓଡିଆ ବାଇବେଲ

40 ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।

Gade chapit la Kopi

ପବିତ୍ର ବାଇବଲ

40 ଆଉ ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘେନି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସମ୍ମୁଖରେ ସାତ ଦିନ ଯାଏ ଆନନ୍ଦ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:40
19 Referans Kwoze  

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”


ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;


ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।


ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।


ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।


ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।


ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


Swiv nou:

Piblisite


Piblisite