Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

8 ମାତ୍ର ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନରେ ବିଶେଷ ସଭା ହେବ। ତୁମ୍ଭେମାନେ ସେଦିନ କୌଣସି ବ୍ୟବସାୟ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।”

Gade chapit la Kopi




ଲେବୀୟ ପୁସ୍ତକ 23:8
9 Referans Kwoze  

ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।


ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।


ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।


ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।


ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


Swiv nou:

Piblisite


Piblisite