Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହୋଲ୍ଲାସ-ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।

Gade chapit la Kopi

ପବିତ୍ର ବାଇବଲ

10 ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।

Gade chapit la Kopi




ଲେବୀୟ ପୁସ୍ତକ 25:10
30 Referans Kwoze  

ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟ ଦାସକୁ ଓ ପ୍ରତ୍ୟେକ ଜଣ ଆପଣା ଆପଣା ଏବ୍ରୀୟା ଦାସୀକୁ ମୁକ୍ତ କରି ବିଦାୟ କରିବେ; କେହି ସେମାନଙ୍କୁ, ଅର୍ଥାତ୍‍ ଆପଣା ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବ ନାହିଁ,


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।


ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।


ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,


ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।


ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।


ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।


ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।


ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।


ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରିଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରିଦେଲେ;


Swiv nou:

Piblisite


Piblisite