Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ। ଆମ୍ଭେ ତୁମ୍ଭମାନଙ୍କୁ ଦାସ ହେବାରୁ ରକ୍ଷା କଲୁ। ଆମ୍ଭେ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ତୁମ୍ଭମାନଙ୍କର ଯୁଆଳିର ଯୋତ ଭାଙ୍ଗି ଅଛୁ ଓ ତୁମ୍ଭେମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।

Gade chapit la Kopi




ଲେବୀୟ ପୁସ୍ତକ 26:13
18 Referans Kwoze  

ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡ଼ିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।


ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,


“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”


Swiv nou:

Piblisite


Piblisite