Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।

Gade chapit la Kopi

ଓଡିଆ ବାଇବେଲ

35 ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।

Gade chapit la Kopi

ପବିତ୍ର ବାଇବଲ

35 ବ୍ୟବସ୍ଥା ଅନୁସାରେ ଭୂମି ପ୍ରତି ସାତ ବର୍ଷରେ ଆପଣା ବିଶ୍ରାମ ଏକ ବର୍ଷ ନେବ। ତୁମ୍ଭେ ବାସ କରୁଥିଲାବେଳେ ଯେଉଁ ବିଶ୍ରାମ ପାଇ ନ ଥିଲ। ସ୍ଥାନ ଶୂନ୍ୟ ଥିଲାବେଳେ ସେ ବିଶ୍ରାମ ଗ୍ରହଣ କରିବ।

Gade chapit la Kopi




ଲେବୀୟ ପୁସ୍ତକ 26:35
6 Referans Kwoze  

କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।


ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।


Swiv nou:

Piblisite


Piblisite