Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ଼୍‍ଗ ସମ୍ମୁଖରେ, ସେପରି ସେମାନେ ଏକଆରେକ ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବା ପାଇଁ ତୁମ୍ଭମାନଙ୍କର ବଳ ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

37 ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 ପୁଣି କେହି ନ ଗୋଡ଼ାଇଲେ ହେଁ ‌‌ଖ‌ଡ଼୍‌ଗ ସମ୍ମୁଖରେ, ସେପରି ଏକ ଅନ୍ୟ ଉପରେ ଝୁଣ୍ଟି ପଡ଼ିବେ। “ଆଉ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବାକୁ ତୁମ୍ଭମାନଙ୍କର ବଳ ପାଇବ ନହିଁ।

Gade chapit la Kopi




ଲେବୀୟ ପୁସ୍ତକ 26:37
12 Referans Kwoze  

ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, ‘ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।’


ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;


ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।


Swiv nou:

Piblisite


Piblisite