Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ପବିତ୍ର ବାଇବଲ

45 ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷଙ୍କ ସହିତ କରିଥିବା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi




ଲେବୀୟ ପୁସ୍ତକ 26:45
26 Referans Kwoze  

ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।


ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”


ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!


ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।


ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।


ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।


ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।


Swiv nou:

Piblisite


Piblisite