Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ

5 ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଗ୍ଭଲିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ, ପୁଣି ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ନିରାପଦରେ ଆପଣା ଦେଶରେ ବାସ କରିବ।

Gade chapit la Kopi




ଲେବୀୟ ପୁସ୍ତକ 26:5
26 Referans Kwoze  

ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।


ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।


ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।


ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”


ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।


ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;


ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।


ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।


ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।


ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।


Swiv nou:

Piblisite


Piblisite