Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ଯେବେ କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ, ତେବେ ତୁମ୍ଭର ମୂଲ୍ୟ-ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।

Gade chapit la Kopi

ପବିତ୍ର ବାଇବଲ

16 “ଆଉ ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ତେବେ ତାହାର ମୂଲ୍ୟ ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଗ୍ଭଶ୍ ଶେକଲ ରୂପା ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:16
7 Referans Kwoze  

ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।


ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;


କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”


ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।


ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।


Swiv nou:

Piblisite


Piblisite