Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହି ଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

23 ତେବେ ଯାଜକ ତା'ର ନିରୂପିତ ମୂଲ୍ୟ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସେହି ଦିନ ତା'ର ନିରୂପିତ ମୂଲ୍ୟ ଦେବ। ସେହି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ୟ ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:23
4 Referans Kwoze  

ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।


ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।


ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;


ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୋବେଲ ବର୍ଷରେ ତାହାକୁ ଫେରାଇ ଦିଆଯିବ।


Swiv nou:

Piblisite


Piblisite