Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ଵରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜନ କରେ,ଏପରି କୌଣସି ବର୍ଜିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ବର୍ଜିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।

Gade chapit la Kopi

ଓଡିଆ ବାଇବେଲ

28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।

Gade chapit la Kopi

ପବିତ୍ର ବାଇବଲ

28 “ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶେଷ ଉପହାର ଉତ୍ସର୍ଗ କରେ, ଏହା ବ୍ୟକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହୋଇପାରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହେବ ନାହିଁ। ପ୍ରତ୍ୟେକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 27:28
35 Referans Kwoze  

ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।


ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’


ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ,


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”


ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”


ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।


ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।


ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।


ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


Swiv nou:

Piblisite


Piblisite