Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ହୋମବେଦି ମୂଳରେ ଆଉ ସବୁ ରକ୍ତ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।

Gade chapit la Kopi

ପବିତ୍ର ବାଇବଲ

18 ଆଉ ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦି ଶୃଙ୍ଗ ଉପରେ ଦେବ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ-ତମ୍ବୁର ଦ୍ୱାର ସମୀପକୁ ହୋମବେଦି ମୂଳରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 4:18
11 Referans Kwoze  

ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”


ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।


ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;


Swiv nou:

Piblisite


Piblisite