Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ

34 ତା'ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 4:34
15 Referans Kwoze  

ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ।


ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।


Swiv nou:

Piblisite


Piblisite