Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କେହି ଯେବେ ସତ୍ୟ ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭ୍ରାନ୍ତିରେ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

15 “କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

15 “କେହି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଅଜାଣତରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନ ଥିବା ଏକ ମେଷଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦେବା ଉଚିତ୍। ସେହି ମେଷ ଛୂଆର ମୂଲ୍ୟ କାର୍ଯ୍ୟାଳୟ ମାପ ଅନୁଯାୟୀ ନିରୂପିତ ହେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 5:15
33 Referans Kwoze  

ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;


ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।


ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।


“ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।


ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।


ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।


ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।


ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।


ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”


ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,


ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।


ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


Swiv nou:

Piblisite


Piblisite