Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭ୍ରାନ୍ତିରେ ଭ୍ରାନ୍ତ ହେଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

18 ସେହି ବ୍ୟକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତରେ କରିଛି ସେଥିପାଇଁ ଯାଜକ ପ୍ରାୟଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 5:18
10 Referans Kwoze  

ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।


ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।


ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”


ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।


ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


Swiv nou:

Piblisite


Piblisite