Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”

Gade chapit la Kopi

ପବିତ୍ର ବାଇବଲ

18 ହାରୋଣଙ୍କ ସନ୍ତାନଗଣ ମଧ୍ୟରୁ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନୈବେଦ୍ୟ ସେମାନେ ଗ୍ରହଣ କରିବେ ଏକ ବିଧି ହେବ। ଯାହାକିଛି ଜିନିଷଗୁଡ଼ିକ ଏହାକୁ ସ୍ପର୍ଶ କରିବ ପବିତ୍ର ହେବ।”

Gade chapit la Kopi




ଲେବୀୟ ପୁସ୍ତକ 6:18
19 Referans Kwoze  

ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।


ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।


ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।


ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।


ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।


ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।


Swiv nou:

Piblisite


Piblisite