Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।

Gade chapit la Kopi

ଓଡିଆ ବାଇବେଲ

20 “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।

Gade chapit la Kopi

ପବିତ୍ର ବାଇବଲ

20 “ଏହି ନୈବେଦ୍ୟ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସେମାନଙ୍କର ଅଭିଷେକ ଦିନରେ ଉତ୍ସର୍ଗ କରିବା ଉଚିତ୍। ସେମାନେ ପ୍ରତିଦିନ ଶସ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।

Gade chapit la Kopi




ଲେବୀୟ ପୁସ୍ତକ 6:20
17 Referans Kwoze  

ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।


ଏକ ଓମର ଐଫାର ଦଶମାଂଶ।


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।


କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।


ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।


ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।


ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।


ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।


ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।


ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”


ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;


ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।


Swiv nou:

Piblisite


Piblisite