Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେ କିଛି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯେବେ କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।

Gade chapit la Kopi

ଓଡିଆ ବାଇବେଲ

27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।

Gade chapit la Kopi

ପବିତ୍ର ବାଇବଲ

27 ଯେକେହି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହେବ, “ପୁଣି ଯେବେ କୌଣସି ବସ୍ତ୍ରରେ ସେ ପାପାର୍ଥକ ବଳିର ରକ୍ତ ଛିଟା ପଡ଼ିଥାଏ, ତେବେ ତୁମ୍ଭେ ସେହି ବସ୍ତ୍ରକୁ ପବିତ୍ର ସ୍ଥାନରେ ଧୌତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 6:27
11 Referans Kwoze  

ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।


‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”


ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।


ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”


ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।


ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।


ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।


ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।


Swiv nou:

Piblisite


Piblisite