Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ଵନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରଇ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ

20 ମାତ୍ର ଯଦି କୌଣସି ଅଶୁଚି ବ୍ୟକ୍ତି ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ବଳି ଭୋଜନ କରେ ତେବେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

Gade chapit la Kopi




ଲେବୀୟ ପୁସ୍ତକ 7:20
16 Referans Kwoze  

କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।


କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।


ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।


ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”


ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।


ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।


ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


Swiv nou:

Piblisite


Piblisite