Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଯେଉଁ ଦିନ ସେ ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲା, ସେହି ଦିନାବଧି ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ-ଅଂଶ;

Gade chapit la Kopi

ଓଡିଆ ବାଇବେଲ

35 ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;

Gade chapit la Kopi

ପବିତ୍ର ବାଇବଲ

35 ସେମାନେ ସଦାପ୍ରଭୁଙ୍କର ଯାଜକରୂପେ ସେବା କରିବାକୁ ଉପସ୍ଥିତ ହେଲା ପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।

Gade chapit la Kopi




ଲେବୀୟ ପୁସ୍ତକ 7:35
15 Referans Kwoze  

କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।”


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।


ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?


Swiv nou:

Piblisite


Piblisite