Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା;

Gade chapit la Kopi

ଓଡିଆ ବାଇବେଲ

37 ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।

Gade chapit la Kopi

ପବିତ୍ର ବାଇବଲ

37 ହୋମବଳି, ଶସ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି, ମଙ୍ଗଳାର୍ଥକ ବଳି ଓ ପଦନିଯୋଗାର୍ଥକ ବିଷୟରେ ଏହିସବୁ ବ୍ୟବସ୍ଥା ଅଛି।

Gade chapit la Kopi




ଲେବୀୟ ପୁସ୍ତକ 7:37
11 Referans Kwoze  

ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,


“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବେ।


ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,


ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।


ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


Swiv nou:

Piblisite


Piblisite