Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ନ୍ୟାୟ ବଧ କରି ପାପାର୍ଥରେ ତାହା ଉତ୍ସର୍ଗ କଲେ;

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;

Gade chapit la Kopi

ପବିତ୍ର ବାଇବଲ

15 ତାହାପରେ ସେ ଲୋକମାନଙ୍କ ଉପହାର ନିକଟକୁ ଆଣିଲେ। ଲୋକମାନଙ୍କର ପାପାର୍ଥକ ଛାଗ ନେଇ ପ୍ରଥମଟି ପରି ବଧ କରି ପାପାର୍ଥରେ ତାହା ଉତ୍ସର୍ଗ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:15
11 Referans Kwoze  

ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।


ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।


ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,


ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।


Swiv nou:

Piblisite


Piblisite