Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”

Gade chapit la Kopi




ଲେବୀୟ ପୁସ୍ତକ 9:7
12 Referans Kwoze  

ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।


କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।


ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”


ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।


ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।


ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


Swiv nou:

Piblisite


Piblisite