Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ସୁରା କେବେ ହେଁ ପାନ କରିବ ନାହିଁ, ପୁଣି ମାତାର ଉଦରରୁ ସୁଦ୍ଧା ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,

Gade chapit la Kopi

ଓଡିଆ ବାଇବେଲ

15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ପ୍ରଭୁଙ୍କ ଦୃଷ୍ଟିରେ ସେ ଜଣେ ମହାନ ବ୍ୟକ୍ତି ହେବେ। ସେ କୌଣସି ସୁରା ଅବା ଦ୍ରାକ୍ଷାରସ ପାନ କରିବେ ନାହିଁ। ତାଙ୍କର ଜନ୍ମ ସମୟରୁ ହିଁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବେ

Gade chapit la Kopi

ପବିତ୍ର ବାଇବଲ

15 ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:15
22 Referans Kwoze  

“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,


କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’


ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”


ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।


ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।


ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।


ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।


ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍‍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;


ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ।


Swiv nou:

Piblisite


Piblisite