Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ସେ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ଵରଙ୍କ ପ୍ରତି ଫେରାଇବ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଓ ସେ ଇଶାୟେଲ ଜାତିର ଅନେକ ଲୋକଙ୍କୁ ସେମାନଙ୍କର ପ୍ରଭୁ ଈଶ୍ୱରଙ୍କ ନିକଟକୁ ଫେରାଇ ଆଣିବେ।

Gade chapit la Kopi

ପବିତ୍ର ବାଇବଲ

16 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:16
8 Referans Kwoze  

କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”


ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,


Swiv nou:

Piblisite


Piblisite