Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ତଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ତାହାଙ୍କ ଆଗରେ ଗମନ କରିବ।

Gade chapit la Kopi

ଓଡିଆ ବାଇବେଲ

17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେ ଭାବବାଦୀ ଏଲିୟଙ୍କ ପରି ବଳିଷ୍ଠ ଓ ଶକ୍ତିଶାଳୀ ହୋଇ ପ୍ରଭୁଙ୍କ ଅଗ୍ରଦୂତ ହେବେ। ସେ ପିତା ଓ ସନ୍ତାନମାନଙ୍କୁ ପୁନର୍ମିଳିତ କରାଇବେ, ଅବାଧ୍ୟ ଲୋକମାନଙ୍କୁ ଧାର୍ମିକମାନଙ୍କ ଚିନ୍ତାଧାରା ଆଡ଼କୁ ଫେରାଇ ଆଣିବେ ଏବଂ ପ୍ରଭୁଙ୍କ ପାଇଁ ତାଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”

Gade chapit la Kopi

ପବିତ୍ର ବାଇବଲ

17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:17
38 Referans Kwoze  

ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି।


ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।


ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;


ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।


ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”


ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।


ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।


ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।


ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।


କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।


“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”


ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍‍ ସାଧିତ ହେଲା।


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।


ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।


ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”


ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।


ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


Swiv nou:

Piblisite


Piblisite