Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭମାନଙ୍କ ମଧ୍ୟରେ ସାଧିତ ଘଟଣାବଳୀର ବିବରଣ ଅନେକେ ଶୃଙ୍ଗଳିତ ରୂପେ ଲିପିବଦ୍ଧ କରିବାକୁ ପ୍ରବୃତ୍ତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଆରମ୍ଭରୁ ଏହିସବୁ ଘଟଣା ଦେଖିଥିବା ଲୋକମାନେ ଯେପରି ସୁସମାଚାର ଘୋଷଣା କରିଥିଲେ, ସେହି ଅନୁସାରେ ଉକ୍ତ ବିବରଣୀମାନ ଲେଖାଯାଇଛି।

Gade chapit la Kopi

ପବିତ୍ର ବାଇବଲ

2 ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:2
25 Referans Kwoze  

ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।”


କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।


ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହିସବୁ ନ କହି ରହି ନ ପାରୁ।


ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ


ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ବୁଣାଳୀ ବାକ୍ୟ ବୁଣେ।


କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”


ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।


ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


Swiv nou:

Piblisite


Piblisite