Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ସେ ବାହାରିଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯେତେବେଳେ ସେ ବାହାରକୁ ଆସି ସେମାନଙ୍କ ସହିତ କଥା କହି ପାରିଲେ ନାହିଁ, ସେମାନେ ଜାଣିଲେ ଯେ ମନ୍ଦିରରେ ସେ କୌଣସି ଦର୍ଶନ ପାଇଛନ୍ତି। ଗୋଟିଏ ହେଲେ ଶବ୍ଦ ଉଚ୍ଚାରଣ କରିବାକୁ ସମର୍ଥ ନ ହୋଇ ସେ ହାତ ଠାରି ସେମାନଙ୍କୁ ଇଙ୍ଗିତ ଦେଲେ।

Gade chapit la Kopi

ପବିତ୍ର ବାଇବଲ

22 ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:22
8 Referans Kwoze  

ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ।


ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,


ଆଉ ଯିହୁଦୀମାନେ ଆଲେକ୍‌ଜାଣ୍ଡରକୁ ଆଗକୁ ବାହାର କରି ଆଣିବାରୁ ଲୋକସମୂହ ମଧ୍ୟରୁ କେହି କେହି ତାହାକୁ ମତାଇଲେ; ସେଥିରେ ଆଲେକ୍‌ଜାଣ୍ଡର ହସ୍ତରେ ସଙ୍କେତ କରି ଲୋକମାନଙ୍କ ନିକଟରେ ସେମାନଙ୍କର ପକ୍ଷ ସମର୍ଥନ କରିବାକୁ ଇଚ୍ଛା କଲା।


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।


ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।


ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।


ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।


ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ।


Swiv nou:

Piblisite


Piblisite