Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାଙ୍କ ସନ୍ତାନମାନଙ୍କ ପ୍ରତି,

Gade chapit la Kopi

ଓଡିଆ ବାଇବେଲ

54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

54 ଆମ ପୂର୍ବପୁରୁଷମାନଙ୍କ ପ୍ରତି ତାଙ୍କ ପ୍ରତିଜ୍ଞା ସେ ରକ୍ଷା କରିଛନ୍ତି ଏବଂ ତାଙ୍କର ଦାସ ଇଶ୍ରାୟେଲକୁ ସାହାଯ୍ୟ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:54
16 Referans Kwoze  

ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।


ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।


ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।”


Swiv nou:

Piblisite


Piblisite