Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

65 ଏଥିରେ ସେମାନଙ୍କ ପ୍ରତିବାସୀସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହିସମସ୍ତ କଥା ଯିହୁଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,

Gade chapit la Kopi

ଓଡିଆ ବାଇବେଲ

65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

65 ପ୍ରତିବାସୀମାନେ ସମସ୍ତେ ଭୟଭୀତ ହେଲେ ଏବଂ ଏହି ସବୁ ଘଟଣାର ସମ୍ବାଦ ପାର୍ବତ୍ୟ ଯିହୂଦା ଦେଶର ଚତୁର୍ଦ୍ଦିଗରେ ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ

65 ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ଯିହୂଦାର ସମସ୍ତ ପାହାଡ଼ିଆ ପ୍ରଦେଶରେ ଲୋକେ ଏହିସବୁ ଘଟଣା ବିଷୟରେ ଚର୍ଚ୍ଚା କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:65
12 Referans Kwoze  

ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,


ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।


ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।


ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।


Swiv nou:

Piblisite


Piblisite