Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:68 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

68 “ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ଵର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

68 ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ୱର, କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

68 “ଆସ, ଆମେ ଇଶ୍ରାୟେଲର ପ୍ରଭୁ ଈଶ୍ୱରଙ୍କର ପ୍ରଶଂସା କରିବା। ସେ ତାଙ୍କ ଲୋକମାନଙ୍କର ମୁକ୍ତି ପାଇଁ ସାହାଯ୍ୟ କରିବାକୁ ଆସିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

68 “ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:68
24 Referans Kwoze  

ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।


ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।


ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।


ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।


ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।


ପୁଣି, ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ, ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ।”


“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”


ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;


ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,


ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।


ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି,


କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।


Swiv nou:

Piblisite


Piblisite