Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:76 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

76 ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

76 ଆଉ ହେ ଶିଶୁ, ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;

Gade chapit la Kopi

ଓଡିଆ ବାଇବେଲ

76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

76 ହେ ମୋର ପୁତ୍ର, ତୁମେ ସର୍ବୋପରିସ୍ଥ ଈଶ୍ୱରଙ୍କର ଏକ ଭାବବାଦୀରୂପେ ପ୍ରସିଦ୍ଧ ହେବ। ତୁମେ ପ୍ରଭୁଙ୍କର ଜଣେ ଅଗ୍ରଦୂତ ରୂପେ ତାଙ୍କ ନିମନ୍ତେ ତାଙ୍କ ପଥ ପ୍ରସ୍ତୁତ କରିବ।

Gade chapit la Kopi

ପବିତ୍ର ବାଇବଲ

76 “ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:76
22 Referans Kwoze  

“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।


ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,


ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।


ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।


ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।


ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।


Swiv nou:

Piblisite


Piblisite