Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ଵର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର।

Gade chapit la Kopi

ଓଡିଆ ବାଇବେଲ

20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।”

Gade chapit la Kopi

ପବିତ୍ର ବାଇବଲ

20 ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:20
19 Referans Kwoze  

ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।


ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;


ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।


ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”


ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।


ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।


Swiv nou:

Piblisite


Piblisite