Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଦେଖ, ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?

Gade chapit la Kopi

ଓଡିଆ ବାଇବେଲ

25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଜଣେ ଧର୍ମଗୁରୁ ଆସି ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେ ପଚାରିଲେ, “ଗୁରୁ, ଅନନ୍ତ ଜୀବନ ପାଇବା ପାଇଁ ମୁଁ କ’ଣ କରିବି?”

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:25
13 Referans Kwoze  

ଜଣେ ଯିହୁଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।


ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍‌ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ?


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”


ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”


Swiv nou:

Piblisite


Piblisite