Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

31 ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, କିନ୍ତୁ ଲୋକଟିକୁ ଦେଖି, ସେ ଅନ୍ୟ ପାଖ ଦେଇ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:31
18 Referans Kwoze  

ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।


ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।


ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।


କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?


ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।


ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।


Swiv nou:

Piblisite


Piblisite