Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 କିନ୍ତୁ ସେହି ବାଟ ଦେଇ ଯାଉଥିବା ଜଣେ ଶମିରୋଣୀୟ ତା’ ପାଖକୁ ଆସିଲେ ଓ ତା’ର ଅବସ୍ଥା ଦେଖି ତାଙ୍କ ମନରେ ଦୟା ଜାତ ହେଲା।

Gade chapit la Kopi

ପବିତ୍ର ବାଇବଲ

33 “ତା'ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:33
14 Referans Kwoze  

ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”


ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।


ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’


ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?


ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”


ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ।


ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।


Swiv nou:

Piblisite


Piblisite