Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମ୍ନୀ ଜଣେ ସ୍ତ୍ରୀଲୋକ ଆପଣା ଗୃହରେ ତାହାଙ୍କର ଆତିଥ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସହିତ ବାଟରେ ଯିବାବେଳେ ଗୋଟିଏ ଗାଁକୁ ଗଲେ। ସେଠାରେ ମାର୍ଥା ନାମରେ ଜଣେ ମହିଳା ତାଙ୍କୁ ନିଜ ଗୃହକୁ ପାଛୋଟି ନେଲେ।

Gade chapit la Kopi

ପବିତ୍ର ବାଇବଲ

38 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:38
10 Referans Kwoze  

ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;


ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”


କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,


ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।


Swiv nou:

Piblisite


Piblisite