Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 କିନ୍ତୁ କେବଳ ଗୋଟିଏ ବିଷୟ ନିତାନ୍ତ ଆବଶ୍ୟକ। ମରିୟମ ସେହି ଉତ୍ତମ ବିଷୟଟିକୁ ବାଛି ନେଇଛି; ତାହାକୁ ସେଥିରୁ ବଞ୍ଚିତ କରାଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 10:42
36 Referans Kwoze  

ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।


ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;


ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।


ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।


ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।


ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ।


ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ।


ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।


ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।


Swiv nou:

Piblisite


Piblisite