Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତେଣୁ ଶୟତାନର ରାଜ୍ୟରେ ଗୃହ ଯୁଦ୍ଧ ଲାଗିଲେ, ତାହା କିପରି ତିଷ୍ଠିବ? ତୁମେ କହୁଛ ଯେ ବାଆଲ୍ଜିବୂଲ୍ର ଶକ୍ତିରେ ମୁଁ ଭୂତ ଛଡ଼ାଏ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:18
7 Referans Kwoze  

ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?


କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”


Swiv nou:

Piblisite


Piblisite