Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଲୋକସମୂହ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକତ୍ରିତ ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି ବର୍ତ୍ତମାନ ପୁରୁଷ ଦୁଷ୍ଟ ଅଟେ; ଏମାନେ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଲୋକମାନେ ଯୀଶୁଙ୍କ ଚାରିପଟେ ଘେରି ଯିବାରୁ ସେ କହିବାକୁ ଲାଗିଲେ, “ଆଜିର ଲୋକମାନେ କେତେ ଖଳ! ସେମାନେ ଗୋଟିଏ ଆଶ୍ଚର୍ଯ୍ୟ କର୍ମ ଲୋଡ଼ନ୍ତି, କିନ୍ତୁ ଯୂନସଙ୍କ ଆଶ୍ଚର୍ଯ୍ୟ କର୍ମ ଛଡ଼ା ସେମାନଙ୍କ ପାଇଁ ଆଉ କିଛି କରାଯିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 ଧୀରେ ଧୀରେ ଭିଡ଼ ବଢ଼ିବାକୁ ଲାଗିଲା। ଯୀଶୁ କହିଲେ, “ବର୍ତ୍ତମାନ ଯୁଗର ଲୋକେ ବଡ଼ ମନ୍ଦ। ସେମାନେ ପରମେଶ୍ୱରଙ୍କଠାରୁ ପ୍ରମାଣ ସ୍ୱରୂପ ଏକ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛନ୍ତି। କିନ୍ତୁ ଏମାନଙ୍କୁ ଚିହ୍ନ ସ୍ୱରୂପ କୌଣସି ଆଶ୍ଚର୍ଯ୍ୟକର୍ମ ଦେଖାଇ ଦିଆ ଯିବ ନାହିଁ। ଯୂନସଙ୍କ ସମ୍ବନ୍ଧରେ ଘଟିଥିବା ଆଶ୍ଚର୍ଯ୍ୟକର୍ମ ହେଉଛି ଏକମାତ୍ର ଚିହ୍ନ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:29
19 Referans Kwoze  

ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।


କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?


ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?


ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”


ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।’


ଅମିତ୍ତୟଙ୍କ ପୁତ୍ର ଯୂନସଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


Swiv nou:

Piblisite


Piblisite