Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ବରଞ୍ଚ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

Gade chapit la Kopi

ଓଡିଆ ବାଇବେଲ

41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଏଣୁ ତୁମର ଯାହା ସବୁ ଅଛି; ତାହା ଦାନ କରି ଦିଅ, ତା’ ହେଲେ ତୁମେ ସମ୍ପୂର୍ଣ୍ଣ ପରିଷ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ

41 ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା'ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:41
37 Referans Kwoze  

ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।


ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ।”


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।


ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,


ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।


ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।


ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।


କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”


Swiv nou:

Piblisite


Piblisite