Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଏଥିରେ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

45 ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ଧର୍ମଗୁରୁମାଙ୍କ ମଧ୍ୟରୁ ଜଣେ ତାଙ୍କୁ କହିଲେ, “ଗୁରୁ, ଆପଣ ଏହି କଥା କହିବା ଦ୍ୱାରା ଆମକୁ ମଧ୍ୟ ଅପମାନ ଦେଉଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

45 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 11:45
11 Referans Kwoze  

ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।


ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ?


ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”


ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।


ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,


କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।


Swiv nou:

Piblisite


Piblisite