Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଅତଏବ, ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ସମ୍ଵନ୍ଧରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର ସମାଧିସ୍ତମ୍ଭ ନିର୍ମାଣ କରୁଥାଅ।

Gade chapit la Kopi

ଓଡିଆ ବାଇବେଲ

48 ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ତୁମେ ତେବେ ସ୍ୱୀକାର କର ଯେ ତୁମର ପୂର୍ବପୁରୁଷମାନେ ଯାହା କରିଥିଲେ, ସେଥିରେ ତୁମର ସମ୍ମତି ଅଛି। ସେମାନେ ଭାବବାଦୀମାନଙ୍କୁ ହତ୍ୟା କରିଥିଲେ, ଆଉ ତୁମେ ସେମାନଙ୍କର କବର ନିର୍ମାଣ କରୁଛ।

Gade chapit la Kopi

ପବିତ୍ର ବାଇବଲ

48 ଏହା ଦ୍ୱାରା ତୁମ୍ଭେମାନେ ଲୋକଙ୍କୁ ଦେଖେଇ ଦେବାକୁ ଗ୍ଭହୁଁଛ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମାରି ଦେଇଥିଲେ ଏବଂ ତୁମ୍ଭେମାନେ ତାହାଙ୍କ ପାଇଁ କବର ତିଆରି କରୁଛ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:48
14 Referans Kwoze  

ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।


ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।


ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।


ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।


ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”


ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;


ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।


ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,


ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।


Swiv nou:

Piblisite


Piblisite