Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ଯଜ୍ଞବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟ-ସ୍ଥଳରେ ହତ ହେଲେ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ପତ୍ତନାବଧି ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,

Gade chapit la Kopi

ଓଡିଆ ବାଇବେଲ

50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

50 ଏହି ଯୁଗର ଲୋକାମନେ ପୃଥିବୀର ସୃଷ୍ଟି ଆରମ୍ଭରୁ ସମସ୍ତ ଭାବବାଦୀମାନଙ୍କର ହତ୍ୟା ଲାଗି ଦଣ୍ଡ ପାଇବେ,

Gade chapit la Kopi

ପବିତ୍ର ବାଇବଲ

50 “ଏଣୁ ସୃଷ୍ଟି ଆରମ୍ଭରୁ ଯେତେବେଳେ ଭବିଷ୍ୟ‌ଦ୍‌ବକ୍ତାଙ୍କ ରକ୍ତପାତ ହୋଇଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:50
11 Referans Kwoze  

ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।


କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


Swiv nou:

Piblisite


Piblisite