Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ସେ ତାହାକୁ କହିଲେ, ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ବିଭାଗକର୍ତ୍ତା କରି ନିଯୁକ୍ତ କଲା?

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ତାକୁ ଉତ୍ତର ଦେଇ କହିଲେ, “ବନ୍ଧୁ! ତୁମ ଦୁହିଁଙ୍କ ମଧ୍ୟରେ ବିଚାର କରିବାକୁ ଅବା ସମ୍ପତ୍ତି ବଣ୍ଟନ କରିବାକୁ ମୋତେ କିଏ ନିଯୁକ୍ତ କଲା?”

Gade chapit la Kopi

ପବିତ୍ର ବାଇବଲ

14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:14
11 Referans Kwoze  

ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?


କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?


ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]


ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।


ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?


ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।


ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।


Swiv nou:

Piblisite


Piblisite